Welcome to Jila khabara   Click to listen highlighted text! Welcome to Jila khabara
ଓଡିଶା

ନୂଆପଡ଼ା ଜିଲ୍ଲା ବାବେବୀର ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ l

ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି

ନୁଆପଡ଼ା, ତା ୨୩/୦୨ଜିଲ୍ଲା ଖବର (ଓମ ପ୍ରକାଶ ଚୌଧୁରୀ)ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ବାବେବୀର ଗ୍ରାମ ପଞ୍ଚାୟତରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି lଏଥିରେ ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ,ଡଃ ଧନେଶ୍ୱର ସେଠୀ , ବିଡ଼ିଓ ସୁଶାନ୍ତ କୁମାର ରଣା, ସ୍ଥାନୀୟ ସରପଞ୍ଚ ଯୁଗେଶ୍ୱର ପାଣ୍ଡେ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l  ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ, କୃଷକ, ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ lପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଅତିରିକ୍ତ ଜିଲ୍ଲାପାଳ ନବ ଜାତକ ଶିଶୁ କନ୍ୟା ତନ୍ବିସା ଜଗତକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଚାରି ଜଣ ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ lଏହି ଅବସରରେ, ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ‘ମା’ ବିଷୟ ବସ୍ତୁ ଉପରେ ଏକ କ୍ଷୁଦ୍ର ନାଟିକା ପରିବେଷଣ କରାଯାଇଥିଲା। ସେହିପରି, ସ୍ଥାନୀୟ କଳାକାର ମାନେ ପାଲା ମାଧ୍ୟମରେ ଲୋକଙ୍କୁ ସଚେତନତାର ବାର୍ତ୍ତା ଦିଆ ଯାଇଥିଲା।ଅତିରିକ୍ତ ଜିଲ୍ଲାପାଳ ଓ ଅତିଥି ମାନେ ପ୍ରବାସୀ ଶ୍ରମିକ ନରେନ୍ଦ୍ର ବିଶୀଙ୍କ ଘରକୁ ପରିଦର୍ଶନ କରି ତାଙ୍କ ପରିବାର ସହ ଆଲୋଚନା କରିଥିଲେ। ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ ଯୋଜନା ବିଷୟରେ ବୁଝାଇବା ସହ ଏହାର ଲାଭ ଉଠାଇବା ପାଇଁ ଉପଦେଶ ଦେଇଥିଲେ। ବିଶୀଙ୍କ ପରିବାରକୁ ଛତୁ ଚାଷ କରି ରୋଜଗାର କରିବାକୁ ପ୍ରେରଣା ଦେଇଥିଲେ। ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଅତିଥିମାନେ ପକ୍ଷୀମାନଙ୍କ ପାଇଁ ବାସ, ଖାଦ୍ୟ, ଜଳ ଯୋଗାଇ ଦେଇଥିଲେ lଏହି ଶିବିରକୁ ବୋଡ଼େନ ବିଡ଼ିଓ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଏସ ଗୀତା, ସି ଡ଼ି ପି ଓ, ସ୍ଥାନୀୟ ସରପଞ୍ଚ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ବିଭାଗ ପ୍ରମୁଖ ଆୟୋଜନ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!
Click to listen highlighted text!