Welcome to Jila khabara   Click to listen highlighted text! Welcome to Jila khabara
ଓଡିଶା

କୋମନା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର :

୭୪ଟି ଅଭିଯୋଗର ଶୁଣାଣି, ରେଡକ୍ରସ ପାଣ୍ଠିରୁ ସହାୟତା

ନୂଆପଡ଼ା, ତା. ୧୪/୦୭:ଜିଲ୍ଲା ଖବର ଓମ ପ୍ରକାଶ ଚୌଧୁରୀ

ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ପରିସରରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜନସାଧାରଣଙ୍କ ଅଭିଯୋଗର ଶୀଘ୍ର ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଏହି ଶିବିର ଆୟୋଜିତ ହୋଇଥିଲା।ଶିବିରରେ ମୋଟ ୭୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୬୧ଟି ବ୍ୟକ୍ତିଗତ ଏବଂ ୧୩ଟି ସାମୂହିକ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ଶ୍ରୀ ଦାଶ ପ୍ରତ୍ୟେକ ଅଭିଯୋଗର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଓ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଶୀଘ୍ର ଏବଂ ଫଳପ୍ରଦ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ ସାହାନାଜ ବେଗମ ଏବଂ ଜଗଦୀଶ ଦୀପଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଲେଖାଏଁ ତତ୍କାଳୀନ ସହାୟତା ପ୍ରଦାନ କରାଯାଇଥିଲା।ସ୍ୱଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କୌଶଲ୍ୟା ମାଝୀ (ଦର୍ଲିପଡ଼ା ଗ୍ରାମ ପଞ୍ଚାୟତ), ନୀଳଚକ୍ର ମାଝୀ (ପେଣ୍ଡ୍ରାବନ ଗ୍ରାମ ପଞ୍ଚାୟତ) ଏବଂ ଦୟାନିଧି ଦୁରିଆ (ବୁଦ୍ଧିକୋମନା ଗ୍ରାମ ପଞ୍ଚାୟତ)ଙ୍କୁ ‘ସ୍ୱଚ୍ଛତା ଦୂତ’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡଃ ଦ୍ୱାରିକାନାଥ ଶତପଥୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଂଜିତ ନାୟକ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ, କୋମନା ବ୍ଲକ ଉପାଧ୍ୟକ୍ଷ ଜୟଦେବ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ ନସୀମ, କୋମନା ବିଡିଓ ପବିତ୍ର କୁମାର ସାମଲ, ତହସିଲଦାର ସର୍ବେଶ୍ୱର ଜାଲ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସହ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।ଭିଯୋଗ ଶୁଣାଣି ଶିବିର ଅବସରରେ ବ୍ଲକ ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଏବଂ ଆୟୁଷ୍ମାନ ଆରୋଗ୍ୟ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!
Click to listen highlighted text!