Welcome to Jila khabara   Click to listen highlighted text! Welcome to Jila khabara
ମୁଖ୍ୟ ସମାଚାର

ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ:

ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଜଣ ଗିରଫ

ନୂଆପଡା ତା:୦୫. ୦୮: ଜିଲ୍ଲା ଖବର ନୂଆପଡ଼ା ଜିଲ୍ଲା ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଆଜି କୋମନା ଥାନା ଅନ୍ତର୍ଗତ ଦେଓଧରା ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଚଢାଉ କରିଛନ୍ତି। ନୂଆପଡ଼ା ଅବକାରୀ ରେଞ୍ଜ ପକ୍ଷରୁ ସ୍ୱତନ୍ତ୍ର ଚଢ଼ାଉ କରାଯାଇଥିଲା।ଚଢ଼ାଉ ସମୟରେ ୩୦ ଲିଟର ବିୟର, ୧୦ ଲିଟର ମଦ (IMFL), ୮ ଲିଟର ଆଇ.ଡି. ମଦ, ୨୩ ଲିଟର ଓ.ଏସ୍. ମଦ ଏବଂ ୧୫୦ ଲିଟର ଖଜୁରୀ ତାଡ଼ି ଜବତ କରାଯାଇଥିଲା। ଏହି ଘଟଣାରେ ଅବକାରୀ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ସେମାନଙ୍କୁ ନ୍ୟାୟିକ ହାଜତକୁ ପଠାଯାଇଛି।ଏହି ଚଢ଼ାଉରେ ଅବକାରୀ ନିରୀକ୍ଷକ ହୀରାବତୀ ଥାଟି, ଅବକାରୀ ଉପ-ନିରୀକ୍ଷକ ବୃନ୍ଦାବତୀ ଭୁଆ, ମଙ୍ଗଳ ଛତ୍ରିଆ ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ସାମିଲ ହୋଇଥିଲେ।ଜିଲ୍ଲାରେ ବେଆଇନ ମଦ କାରବାର ଓ ଚୋରାଚାଲାଣ ରୋକିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ଏଭଳି ସ୍ୱତନ୍ତ୍ର ଚଢ଼ାଉ ଓ କଡ଼ା କାର୍ଯ୍ୟାନୁଷ୍ଠାନ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!
Click to listen highlighted text!